ଆଜି ଓଡ଼ିଶାରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିଠୁ ୬ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନବନ୍ଦରରେ ଓହ୍ଲାଇବା ପରେ ସେଠାରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ତାଙ୍କୁ ସ୍ୱାଗତ କରିବା ପରେ ସିଧା ବିମାନବନ୍ଦରରୁ ଲୋକଭବନ ଅଭିମୁଖେ ଯାତ୍ରା କରିଛନ୍ତି ।ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ୩୦ ପ୍ଲାଟୁନ୍‌ରୁ ଅଧିକ ପୁଲିସ ଫୋର୍ସ ମୁତୟନ କରାଯିବ। ସ୍ୱତନ୍ତ୍ର ୟୁନିଟ୍‌, ଆଣ୍ଟି ଡ୍ରୋନ୍‌ ଟିମ୍‌, ଆଣ୍ଟି ସାବୋଟାଇଜ ଟିମ୍‌ ଓ ବୋମା ନିଷ୍କ୍ରିୟକାରୀ ଦଳ ମୁତୟନ ହେବେ। ଶ୍ରୀମନ୍ଦିର ଚତୁଃପାର୍ଶ୍ଵରେ ଥିବା ସମସ୍ତ ହୋଟେଲ, ଲଜିଂ ଯାଞ୍ଚ କରାଯାଇଥିବା ବେଳେ ସହରରେ ରୁଟ୍‌ ପ୍ଲାନିଂ କରାଯାଇଛି। ଏନେଇ ଆଜି କେନ୍ଦ୍ରାଞ୍ଚଳ ଆଇଜି ପୁରୀରେ ପହଞ୍ଚି ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଆସନ୍ତାକାଲି ପୁରୀ ଲୋକଭବନ ଯାଇ ସେଠାରେ ରାତ୍ରିଯାପନ କରିବେ । ଆସନ୍ତା ଫେବୃଆରି ୪ ତାରିଖରେ ଶ୍ୱେତଗଙ୍ଗାରେ ରାଷ୍ଟ୍ରପତି ନିଜ ପିତୃ ପୁରୁଷଙ୍କୁ ପିଣ୍ଡଦାନ କରିବା ସହ ଶ୍ରୀମନ୍ଦିରେ ମହାପ୍ରଭୁଙ୍କୁ ଦର୍ଶନ କରିବେ । ରାଷ୍ଟ୍ରପତିଙ୍କ ଗସ୍ତକୁ ନଜରରେ ରଖି ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।

LEAVE A REPLY

Please enter your comment!
Please enter your name here