ଜରୁରୀକାଳୀନ ଚିକିତ୍ସା ସେବାକୁ ଅଧିକ ଦୃଢ଼ କରିବା ପାଇଁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ୨୫୦ ଟି ନୂତନ ଆମ୍ବୁଲାନ୍ସର ଲୋକାର୍ପଣ କରିଛନ୍ତି ଓଡିଶାବାସୀଙ୍କୁ ଜରୁରୀକାଳୀନ ଚିକିତ୍ସା ସୁବିଧା, ସମୟରେ ପହଞ୍ଚାଇବା ଲକ୍ଷ୍ୟରେ ରାଜ୍ୟ ସରକାର ୪୨୮ଟି ନୂଆ ଆମ୍ବୁଲାନ୍ସ ସେବାର ବ୍ୟବସ୍ଥା କରିଛନ୍ତି। ଗତ ୨୩ ଡିସେମ୍ବରରେ ୧୫୦ଟି ଆମ୍ବୁଲାନ୍ସର ଶୁଭାରମ୍ଭ ହୋଇଥିଲା ଏବଂ ଆଜି କଳିଙ୍ଗ ଷ୍ଟାଡିୟମରେ ୨୫୦ଟି ନୂଆ ଆମ୍ବୁଲାନ୍ସର ଲୋକାର୍ପଣ କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କମ୍ ସମୟରେ ରୋଗୀଙ୍କୁ ହସ୍ପିଟାଲରେ ପହଞ୍ଚାଇ ମୃତ୍ୟୁହାର କମାଇବା ରାଜ୍ୟ ସରକାରଙ୍କ ମୁଖ୍ୟ ଲକ୍ଷ୍ୟ। ସେଥିପାଇଁ ଆମ୍ବୁଲାନ୍ସ ସେବାକୁ ଅଧିକ ସୁଦୃଢ଼ ଏବଂ କାର୍ଯ୍ୟକ୍ଷମ କରିବା ଦିଗରେ ଲଗାତାର ପଦକ୍ଷେପ ନିଆଯାଉଛି। ରାଜ୍ୟର ସବୁ ବ୍ଲକରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ କଟକ ବଡ ମେଡିକାଲ୍ ପର୍ଯ୍ୟନ୍ତ ନିରନ୍ତର ଆମ୍ବୁଲାନ୍ସ ସେବା ଜାରି ରଖିବାକୁ ପଦକ୍ଷେପ ନିଆଯାଉଛି। ଏହା ବ୍ୟତୀତ ବିମାନ ଯୋଜନା ମାଧ୍ୟମରେ ରାଉରକେଲା ଓ ଜୟପୁର ପରି ଏୟାରଷ୍ଟ୍ରିପ୍ରେ ମଧ୍ୟ ଆମ୍ବୁଲାନ୍ସର ସେବା ଯୋଗାଇଦିଆଯିବ।ସୂଚନାଯୋଗ୍ୟ ଅନୁଯାୟୀ, ବର୍ତ୍ତମାନ ରାଜ୍ୟର ବିଭିନ୍ନ ବିମାନବନ୍ଦର ନିମନ୍ତେ ୫ଟି ଆଡ୍ଭାନ୍ସଡ ଲାଇଫ୍ ସପୋର୍ଟ ଆମ୍ବୁଲାନ୍ସ ବର୍ତ୍ତମାନ ନିୟୋଜିତ ଅଛି । ସାରା ରାଜ୍ୟରେ ଆମ୍ବୁଲାନ୍ସ ଜରିଆରେ ଦିନକୁ ହାରାହାରି ୫ ହଜାରରୁ ଅଧିକ ରୋଗୀଙ୍କୁ ସରକାରୀ ହସ୍ପିଟାଲକୁ ନିଆଯାଉଛି ।













