ବିଧାନସଭାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡାକ୍ତର ମୁକେଶ ମହାଲିଙ୍ଗ ଉତ୍ତରରେ କହିଛନ୍ତି ଯେ,କଟକ ଏସସିବି ମେଡ଼ିକାଲ ଅଗ୍ନିକାଣ୍ଡ ଘଟଣାରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି । ଅନ୍ୟପଟେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି । ଏସସିବି ଅଗ୍ନିକାଣ୍ଡରେ ଆହତ ହୋଇଥିବା ରୋଗୀଙ୍କ ମଧ୍ୟରୁ ଆଜି ସକାଳେ ଆଉ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ମୃତକଙ୍କ ସଂଖ୍ୟା ୧୨ରେ ପହଁଚିଥିବା ସ୍ୱାସ୍ଥ୍ୟ ମନ୍ତ୍ରୀ ସୂଚନା ଦେଇଛନ୍ତି । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି । ବିଗତ ଦିନରେ ବିଜେଡ଼ି ସରକାର ସମୟରେ ଓ ଘରୋଇ ସମ୍ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା । ତାତ୍କାଳୀନ ସ୍ୱାସ୍ଥ୍ୟ ମନ୍ତ୍ରୀ ନୈତିକତା ଦୃଷ୍ଟିରୁ ଇସ୍ତଫା ଦେଇଥିଲେ । ତେଣୁ ବିଜେପି ସରକାର ବର୍ତ୍ତମାନ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଇସ୍ତଫା ଦିଅନ୍ତୁ । ଏହା ସହିତ ପ୍ରତି ମୃତକଙ୍କ ପରିବାର ପାଇଁ ୫୦ ଲକ୍ଷ ଲେଖାଏ ଆର୍ଥିକ ସହାୟତା ଦେବାକୁ ନବୀନ ଦାବି କରିଛନ୍ତି । ୧୬ ଅକ୍ଟୋବର ୨୦୧୬ରେ ସମ୍ ହସ୍ପିଟାଲର ଆଇସିୟୁରେ ନିଆଁ ଲାଗି ୧୯ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଶତାଧିକ ଆହତ ମଧ୍ଯ ହୋଇଥିଲେ ।












