ନୀତିଶ କୁମାରଙ୍କ ଇସ୍ତଫା ପରେ ବିହାରର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଭାବେ ଆଜି ସମ୍ରାଟ ଚୌଧୁରୀ ୨୪ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏହା ବିହାର ରାଜନୀତିରେ ଏକ ବଡ଼ ରାଜନୈତିକ ପରିବର୍ତ୍ତନ। ଶପଥ ଗ୍ରହଣ ସମାରୋହରେ ଦୁଇଜଣ ଉପ-ମୁଖ୍ୟମନ୍ତ୍ରୀ ବିଜୟ ଚୌଧୁରୀ ଏବଂ ବିଜେନ୍ଦ୍ର ଯାଦବ ମଧ୍ୟ ଶପଥ ନେଇଛନ୍ତି । ଆଜି ପାଟନାର ଲୋକ ଭବନରେ ଆୟୋଜିତ ଏକ ଭବ୍ୟ ସମାରୋହରେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସୋମବାର ଦିନ JDUର ମୁଖ୍ୟ ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ଏବଂ ସମ୍ରାଟ ଚୌଧୁରୀଙ୍କୁ ଦାୟିତ୍ୱ ହସ୍ତାନ୍ତର କରିବା ସହ ବିହାରର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଆଶା ପ୍ରକଟ କରିଥିଲେ।
ଏହି ଶପଥ ଗ୍ରହଣ ସମାରୋହରେ ପ୍ରମୁଖ ନେତା ମାନେ ଉପସ୍ଥିତ ଥିଲେ, ଯେଉଁଥିରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ, ରାଜ୍ୟସଭା ସଦସ୍ୟ ନୀତିଶ କୁମାର, କେନ୍ଦ୍ର ମନ୍ତ୍ରୀ ଜେ.ପି. ନଡ୍ଡା, କେନ୍ଦ୍ର ମନ୍ତ୍ରୀ ଶିବରାଜ ସିଂ ଚୌହାନ, JDU କାର୍ଯ୍ୟକାରୀ ଅଧ୍ୟକ୍ଷ ସଞ୍ଜୟ କୁମାର ଝା, କେନ୍ଦ୍ର ମନ୍ତ୍ରୀ ଲଲନ ସିଂ ଓ କେନ୍ଦ୍ର ମନ୍ତ୍ରୀ ଜିତନ ରାମ ମାଂଝୀ ସାମିଲ ଥିଲେ।

LEAVE A REPLY

Please enter your comment!
Please enter your name here