ଛାତ୍ରୀଙ୍କୁ ଅସଦାଚରଣ କରି ଜେଲ୍ ଗଲେ ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟୀ ଥାନା ଅଞ୍ଚଳରେ ଥିବା ଏକ ସେବାଶ୍ରମର ପ୍ରଧାନ ଶିକ୍ଷକ । ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଗିରଫ ହୋଇ ଜେଲ୍ ଯାଇଛନ୍ତି । ତାଙ୍କୁ ଚାକିରୀରୁ ନିଲମ୍ବିତ କରାଯାଇଛି । ସୂଚନା ଅନୁଯାୟୀ , ଗତ ଏପ୍ରିଲ ୧୫ ତାରିଖ ରାତିରେ ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଏକ ସେବାଶ୍ରମର ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନ ଶିକ୍ଷକ ସୁକାନ୍ତ କୁମାର ଷଡଙ୍ଗୀ ଅସଦାଚରଣ କରିଥିବା ଅଭିଯୋଗ ଆସିଥିଲା । ପୀଡିତା ଛାତ୍ରୀ ଜଣକ ଥାନାର ଦ୍ୱାରସ୍ଥ ହୋଇଥିଲେ । ପିଡ଼ିତା ଛାତ୍ରୀଙ୍କ ଅଭିଯୋଗ ଆଧାରରେ ପୋଲିସ୍ ପ୍ରଧାନ ଶିକ୍ଷକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଅନ୍ୟପଟେ ପୋଲିସ ପିଡ଼ିତାଙ୍କ ବୟାନ ରେକର୍ଡ କରିବା ପରେ ସ୍ୱାସ୍ଥ୍ୟ ପରୀକ୍ଷା କରାଇ ସିଡବ୍ଲୁସି ନିକଟରେ ହାଜର କରାଇଥିଲେ । ଅଭିଯୁକ୍ତ ଶିକ୍ଷକଙ୍କୁ ପୋକ୍ସ କୋର୍ଟରେ ହାଜର କରାଯିବା ପରେ କୋର୍ଟ ତାଙ୍କର ଜାମିନ ନାମଞ୍ଜୁର କରିଥିଲେ । ଏହା ପରେ ଅଭିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ଜେଲ ପଠାଇ ଦିଆଯାଇଛି ।
















