ଭୁବନେଶ୍ୱର:ବିଜେଡିର ବରିଷ୍ଠ ନେତା ଓ ପୂର୍ବତନ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ ଆଜି ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ବିଜେପି)ରେ ସାମିଲ ହୋଇଛନ୍ତି। ନୂଆଦିଲ୍ଲୀସ୍ଥିତ ଦଳୀୟ ମୁଖ୍ୟାଳୟରେ କେନ୍ଦ୍ରୀୟ ନେତୃତ୍ୱ ଏବଂ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ପଦ୍ମ ଧରିଛନ୍ତି।ଗତକାଲି ଦେବାଶିଷ ସାମନ୍ତରାୟ ବିଜେଡିରୁ ଇସ୍ତଫା ଦେବା ସହ ରାଜ୍ୟସଭା ସାଂସଦ ପଦ ମଧ୍ୟ ଛାଡ଼ିଥିଲେ। ଇସ୍ତଫା ପରେ ସେ ବିଜେଡି ଉପରେ ଖୋଲାଖୋଲି ବର୍ଷିଥିଲେ। ଲୋକଙ୍କ ସ୍ୱାର୍ଥ ଓ ନିଜ ରାଜନୈତିକ ଆଦର୍ଶକୁ ଆଗରେ ରଖି ଏହି କଠିନ ନିଷ୍ପତ୍ତି ନେଇଥିବା ସେ କହିଥିଲେ।ଦୀର୍ଘ ଦିନ ଧରି ଦଳ ଭିତରେ ତାଙ୍କର ଅସନ୍ତୋଷ ବଢ଼ୁଥିବା ଚର୍ଚ୍ଚା ହେଉଥିଲା।
1












