ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନର ଚରଣ ମାଝୀଙ୍କ ଉପସ୍ଥିତିରେ ୟୁଏଇର ଆବୁଧାବୀସ୍ଥିତ ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ଼ ଅନ୍ତରାଷ୍ଟ୍ରୀୟ ହୋଲଡିଂ କମ୍ପାନୀ ଓ ରାଜ୍ୟ ଶିଳ୍ପ ବିଭାଗ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ ହୋଇଛି । ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ଼ ଅନ୍ତରାଷ୍ଟ୍ରୀୟ ହୋଲଡିଂ କମ୍ପାନୀ ନିବେଶ କରିବ ୧ ଲକ୍ଷ ୧ ହଜାର କୋଟି । ରାଜ୍ୟର ଖଣି କ୍ଷେତ୍ରରେ ବଡ଼ ବିଦେଶ ପୁଞ୍ଜିନିବେଶ । ଏନେଇ ଆଜି ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ସ୍ଵାକ୍ଷରିତ ହୋଇଛି ଏମଓୟୁ। ଶିଳ୍ପ ବିଭାଗ ଏବଂ ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଅନ୍ତରାଷ୍ଟ୍ରୀୟ ହୋଲଡିଂ କମ୍ପାନୀ ମଧ୍ୟରେ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଏଥିନେଇ ଲୋକସେବା ଭବନ କନଭେନସନ ସେଣ୍ଟରରେ ଆୟୋଜିତ କାର୍ଯ୍ୟକ୍ରମ ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ସଂପଦ ଚନ୍ଦ୍ର ସ୍ବାଇଁ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଏବଂ ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡର କରଣ ଆଦାନୀ ପ୍ରମୁଖ ଉପସ୍ଥିତ ଥିଲେ । ୧ ଲକ୍ଷ ୧ ହଜାର କୋଟି ନିବେଶ ଦ୍ୱାରା ୫୩ ହଜାର ୫୦୦ ନିଯୁକ୍ତି ସୃଷ୍ଟି ହେବ ବୋଲି ଆକଳନ କରାଯାଇଛି।

LEAVE A REPLY

Please enter your comment!
Please enter your name here