ଭୁବନେଶ୍ବର: ଆଜି ଭୋର ସମୟରେ ସିଆରପି ଛକ ଓଭରବ୍ରିଜ୍ ଉପରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି l ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି । ମୃତକ ହେଲେ ପଶ୍ଚିମବଙ୍ଗର ସୌମ୍ୟ ରଞ୍ଜନ ମାନା । ଗୁରୁତର ଆହତ ହେଲେ ଜଗତସିଂହପୁର ଜିଲ୍ଲାର ଜ୍ୟୋତି ରଞ୍ଜନ ସାହୁ । ସୂଚନା ଅନୁଯାୟୀ, ଆଜି ଭୋରୁ ଉଭୟ ବାଇକରେ ସିଆରପି ଛକ ଓଭରବ୍ରିଜ୍ ଦେଇ ଯାଉଥିବା ବେଳେ ଏକ ଅଜଣା ଗାଡି ସେମାନଙ୍କୁ ଧକ୍କା ଦେଇଥିଲା । ଦୁର୍ଘଟଣା ପରେ ଗାଡି ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି l ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ନୟାପଲ୍ଲୀ ଥାନା ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲା। ପୋଲିସ ଏବଂ ସ୍ଥାନୀୟ ଲୋକଙ୍କ ସହାୟତାରେ ଉଭୟ ଗୁରୁତର ଯୁବକଙ୍କୁ ଏକ ୧୦୮ ଆମ୍ବୁଲାନ୍ସ ଯୋଗେ କ୍ୟାପିଟାଲ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ସୌମ୍ୟଙ୍କୁ ମୃତ ଘୋଷଣା କରିଥିଲେ । ପୋଲିସ ଫେରାର ଗାଡ଼ିକୁ ଖୋଜିବା ସହିତ ତଦନ୍ତ ଜାରି ରଖିଛି l











