ରାଉରକେଲା :ରାଉରକେଲାରେ ବିରୋଧୀଙ୍କୁ ଖୋଲା ଚ୍ୟାଲେଞ୍ଜ୍‌ ଦେଇଛନ୍ତି ଜୁଏଲ ଓରାମ। ସେ କହିଛନ୍ତି ମୋତେ ବଦନାମ କରିବାକୁ ଚେଷ୍ଟା କରାଯାଉଛି। ମୋ ପ୍ରତିଷ୍ଠା ବାବଦରେ ଯଦି କେହି ହାତ ଉଠାଇବ, ସେ ହାତକୁ କାଟିଦେବି। ମୋତେ ଯିଏ ଅପଦସ୍ଥ କରିବାକୁ ଚେଷ୍ଟା କରୁଛି, ତାକୁ ଜାଳି ଶେଷ କରିଦେବି। ଲୋକ ପଇସାପତ୍ର ଖର୍ଚ୍ଚ କରି ମୋତେ ବଦନାମ କରିବାକୁ ଚେଷ୍ଟା କରୁଛନ୍ତି। ଭାବୁଛନ୍ତି ଜୁଏଲ ଓରାମ ଡ୍ରପ୍‌ ହୋଇଗଲେ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବେ, କିନ୍ତୁ ଏଇ ପାର୍ଟିକୁ ମୁଁ ରକ୍ତ ମାଂସ ଦେଇ ଗଢ଼ିଛି, ଏ ପାର୍ଟି ମୋତେ ଚିହ୍ନିଛି। ପାର୍ଟି ମୋତେ ଯେତିକି ସ୍ଥାନ ଦେଇଛି, ତାହା ଯଥେଷ୍ଟ। ମୋ ପ୍ରତିଷ୍ଠା ବାବଦରେ ଯଦି କେହି ହାତ ଉଠାଇବ, ସେ ହାତକୁ କାଟିଦେବି। ନିର୍ବାଚନ ଲଢ଼ିବିନି ବୋଲି କହିଥିଲି, ଏବେ କହୁଛି ଆଉଥରେ ନିର୍ବାଚନ ଲଢ଼ିବି।ମୁଁ ଦେଖିବି ମୋ ବିରୋଧରେ କିଏ କାମ କରୁଛି, ତାଙ୍କର ଅବସ୍ଥା କଣ ହେବ ଦେଖିବି। ଅନ୍ୟ ପାର୍ଟିରୁ ଆସି ପଇସା ଖର୍ଚ୍ଚ କରି ମୋତେ ଅସ୍ଥିର କରିବାକୁ ଚେଷ୍ଟା କରୁଛନ୍ତି। ମୁଁ ସଂଗଠନ ସମ୍ପାଦକ ମାନସ ମହାନ୍ତିଙ୍କୁ ଏନେଇ ସବୁକିଛି ଅବଗତ କରିଛି। ଦରକାର ପଡ଼ିଲେ କେନ୍ଦ୍ର ନେତୃତ୍ବଙ୍କୁ ମଧ୍ୟ ଅବଗତ କରାଇବି।

LEAVE A REPLY

Please enter your comment!
Please enter your name here