ଭୁବନେଶ୍ୱର: ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଉତ୍ତେଜନା ପ୍ରକାଶ ପାଇଛି। ନିର୍ବାଚନ ପ୍ରଚାର ଚାଲିଥିବା ସମୟରେ ବାଣୀ ବିହାରରେ ବିଳମ୍ବିତ ରାତିରେ ବୋମାମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ପରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିଥିବାବେଳେ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ କ୍ୟାମ୍ପସରେ ୫ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯାଇଛି। ଗତକାଲି ରାତି ପ୍ରାୟ ସାଢ଼େ ୧୧ଟା ସମୟରେ କ୍ୟାମ୍ପସରେ ବୋମା ଫୁଟିବା ଭଳି ଏକ ପ୍ରଚଣ୍ଡ ଶବ୍ଦ ଶୁଣିବାକୁ ମିଳିଥିଲା। ଏହାକୁ ନେଇ ୧ ନମ୍ବର ଛାତ୍ରାବାସ ସମ୍ମୁଖରେ ଛାତ୍ରମାନେ ଏକାଠି ହୋଇ ପ୍ରତିବାଦ କରିଥିଲେ। ପ୍ରକୃତରେ ବୋମାମାଡ଼ ହୋଇଛି କି ନାହିଁ ତାହା ପୁଲିସ ତଦନ୍ତ ପରେ ସ୍ପଷ୍ଟ ହେବ। ଘଟଣାକୁ ନେଇ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ବିଶ୍ୱବିଦ୍ୟାଳୟର ମୁଖ୍ୟ ଫାଟକ ଘେରାଉ କରାଯିବା ପରେ ଭୁବନେଶ୍ୱର ଡିସିପି ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନରତ ଛାତ୍ରମାନଙ୍କୁ ବୁଝାସୁଝା କରିବା ସହ ଏକ ଦାବିପତ୍ର ଗ୍ରହଣ କରିଛନ୍ତି।

LEAVE A REPLY

Please enter your comment!
Please enter your name here