ଭୁବନେଶ୍ୱର: କ୍ରିକେଟ୍ ପଡ଼ିଆରେ ନିଜର ସ୍ପିନ୍ ଯାଦୁରେ ବ୍ୟାଟରଙ୍କୁ ଅଡ଼ୁଆରେ ପକାଉଥିବା ଭାରତୀୟ କ୍ରିକେଟର ୟୁଜଭେନ୍ଦ୍ର ଚହଲ ଏବେ ରାଜନୀତିରେ ନୂଆ ଇନିଂସ୍ ଆରମ୍ଭ କରିଛନ୍ତି। ଭାରତୀୟ ଜନତା ପାର୍ଟିର ଜାତୀୟ ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି) ମୋର୍ଚ୍ଚାର ନୂତନ କାର୍ଯ୍ୟକାରିଣୀ କମିଟିରେ ତାଙ୍କୁ ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଭାବେ ସ୍ଥାନ ମିଳିଛି। ଏହି ନିଯୁକ୍ତି ପରେ କ୍ରିକେଟ୍ ଓ ରାଜନୀତି ମହଲରେ ଚର୍ଚ୍ଚା ଜୋର୍ ଧରିଛି। ବିଜେପି ପକ୍ଷରୁ ଜାତୀୟ ଓବିସି ମୋର୍ଚ୍ଚାର ନୂତନ କାର୍ଯ୍ୟକାରିଣୀ କମିଟି ଘୋଷଣା କରାଯାଇଛି। ଏଥିରେ ବିଭିନ୍ନ ରାଜ୍ୟର ଅନେକ ବ୍ୟକ୍ତିଙ୍କୁ ସାଂଗଠନିକ ଦାୟିତ୍ୱ ଦିଆଯାଇଛି। ଏହି ତାଲିକାରେ କ୍ରିକେଟର ୟୁଜଭେନ୍ଦ୍ର ଚହଲଙ୍କ ନାମ ରହିଛି। ତାଙ୍କୁ ଦିଲ୍ଲୀ ରାଜ୍ୟ ପକ୍ଷରୁ ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଭାବେ ସାମିଲ କରାଯାଇଛି। ବିଜେପି ରାଷ୍ଟ୍ରୀୟ ସଭାପତି ନୀତିନ ନବୀନଙ୍କ ଅନୁମୋଦନକ୍ରମେ ଏହି ନିଯୁକ୍ତି ହୋଇଥିବା ସୂଚନା ମିଳିଛି।

LEAVE A REPLY

Please enter your comment!
Please enter your name here