ପ୍ରବଳ ବର୍ଷା ନେଇ ସତର୍କ କଲେ ଏସଆରସି । ଲଘୁଚାପ ଯୋଗୁ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ସତର୍କ କଲେ ଏସଆରସି । ସବୁ ଜିଲ୍ଲାପାଳ, ମ୍ୟୁନିସପାଲ କମିଶନରକଙ୍କୁ ଏସଆରସି ଚିଠି ଲେଖିଛନ୍ତି । ୧୦ରୁ ୧୪ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ଆଇଏମଡି ପୂର୍ବାନୁମାନ କରିଛି । ସାରା ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । କିଛି ଜାଗାରେ ଭୂସ୍ଖଳନ ହେବାର ସମ୍ଭାବନା ରହିଛି । ପାଣି ଜମିବା ସହିତ ବିଭିନ୍ନ ନଦୀରେ ବନ୍ୟା ସମ୍ଭାବନା ରହିଛି । ସହରାଞ୍ଚଳ ଓ ତଳି ଅଞ୍ଚଳରେ ବର୍ଷା ପାଣି ଜମିବାର ବି ଆଶଙ୍କା ରହିଛି । ସମୁଦ୍ର ଯାଇଥିବା ମତ୍ସଜୀବୀ କାଲି ସୁଦ୍ଧା ଫେରି ଆସିବାକୁ ପରାମର୍ଶ ଦିଆଯାଇଛି । ଭୂସ୍ଖଳନ ସମ୍ଭାବନା ଥିବା ଜିଲ୍ଲାରେ ଲୋକଙ୍କୁ ସ୍ଥାନାନ୍ତରଣ ନିର୍ଦ୍ଦେଶ ଦିଆଯାଇଛି । ଲୋକଙ୍କୁ ସ୍ଥାନାନ୍ତରଣ ପାଇଁ ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here