ଆଜି ସଂଧ୍ୟାରେ କେନ୍ଦ୍ର ମନ୍ତ୍ରୀମଣ୍ଡଳର ସଂପ୍ରସାରଣ ପାଇଁ ରାଷ୍ଟ୍ରପତି ଭବନରୁ ବିଜ୍ଞପ୍ତି ପ୍ରକାଶ ପାଇସାରିଥିବା ବେଳେ କେଉଁ ମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ବାଦ୍ ଦେବେ, ତାକୁ ନେଇ ଚର୍ଚ୍ଚା ଲାଗି ରହିଛି । ତେବେ ଶ୍ରମ ମନ୍ତ୍ରୀ ସନ୍ତୋଷ ଗଙ୍ଗଓ୍ବାର ଓ ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ସୂଚନା ମିଳିଛି । ସନ୍ତୋଷଙ୍କ ଇସ୍ତଫା ସଂପର୍କରେ ପିଟିଆଇ ପକ୍ଷରୁ ସୂଚନା ଦିଆଯାଇଥିବା ବେଳେ ପୋଖରିଆଲଙ୍କ ଇସ୍ତଫା ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଜୋର୍ ଧରିଛି । ଏ ଦୁଇ ମନ୍ତ୍ରୀଙ୍କ ବ୍ୟତୀତ ଆଉ କିଛି ମନ୍ତ୍ରୀଙ୍କ ମଧ୍ୟ ମୋଦି ତାଙ୍କ ଟିମରୁ ବାଦ ଦେବାର ସମ୍ଭାବନା ରହିଛି ।

ମହିଳା ଓ ଶିଶୁକଲ୍ୟାଣ ମନ୍ତ୍ରୀ ଦେବଶ୍ରୀ ଚୌଧୁରୀ ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଇଛନ୍ତି । ସଦାନନ୍ଦ ଗୌଡା ମଧ୍ୟ ଇସ୍ତଫା ଦେଇଥିବା ଜଣାପଡିଛି ।

LEAVE A REPLY

Please enter your comment!
Please enter your name here