ଓଡିଶା ଛୁଇଁଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ ଛୁଇଁବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଏହି ସୂଚନା ଦେଇଛି । ମୌସୁମୀ ପ୍ରଥମେ ବଲାଙ୍ଗୀର ଏବଂ ପରେ ପୁରୀରେ ପହଞ୍ଚିଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଆଗାମୀ ୪୮ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ମୌସୁମୀର ପ୍ରଭାବ ଅନୁଭୂତ ହେବ । ଦକ୍ଷିଣ ଓଡିଶା ଏବଂ ବଲାଙ୍ଗିରରେ ଆଜି ଭଲ ବର୍ଷା ହୋଇଛି ଏବଂ ବଙ୍ଗୋପସାଗରରେ ଲଘୁଚାପ କେନ୍ଦ୍ରୀଭୂତ ହୋଇଥିବାରୁ ମୌସୁମୀ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହୋଇଛି । ଆଜି ରାଜ୍ୟର ଅନେକ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଆସନ୍ତାକାଲି ଅର୍ଥାତ ୧୧ ତାରିଖରେ ସବୁଠାରୁ ବେଶି ବର୍ଷା ହେବା ନେଇ ଆକଳନ କରାଯାଇଛି । ତେବେ ଆସନ୍ତା 14 ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି ।

LEAVE A REPLY

Please enter your comment!
Please enter your name here