ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତ ଘନୀଭୂତ ହୋଇ ଗଭୀର ଅବପାତରେ ଉପକୂଳ ଛୁଇଁବ । ଆଜି ସନ୍ଧ୍ୟାରେ ବାଲେଶ୍ୱର ଓ ସାଗର ଦ୍ୱୀପ ମଧ୍ୟରେ ଅତିକ୍ରମ କରିବ । ଏହାର ପ୍ରଭାବରେ ୪ ଜିଲ୍ଲାରେ କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବ । କେନ୍ଦୁଝର, ଭଦ୍ରକ, ବାଲେଶ୍ୱର. ମୟୂରଭଞ୍ଜକୁ ରେଡ ୱାର୍ଣ୍ଣିଂ । ୪ ଜିଲ୍ଲାରେ ଅକସ୍ମାତ ବନ୍ୟା ହୋଇପାରେ । ପାହାଡି ଅଞ୍ଚଳରେ ଭୂସ୍କଳନ ସମ୍ଭାବନା ରହିଛି । ଆଉ ୧୨ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଢେଙ୍କାନାଳ,ଅନୁଗୁଳ, ଦେବଗଡ, ସୁନ୍ଦରଗଡ, ସମ୍ବଲପୁ. ସୋନପୁର, ବୌଦ୍ଧ, ବଲାଙ୍ଗୀର, ଯାଜପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବର୍ଷାର ପ୍ରଭାବ ସାରା ରାଜ୍ୟରେ ରହିବ ।

LEAVE A REPLY

Please enter your comment!
Please enter your name here