ଆଜି ଠାରୁ 23ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପାଣିପାଗ ବିଭାଗ କରିଥିବା ପୂର୍ବାନୁମାନ ଅନୁଯାୟୀ, ଆଜିଠାରୁ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ଲାଗି ରହିବ । ବର୍ଷା ସମ୍ଭାବନା ଥିବା 23ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲାଗୁଡିକ ହେଉଛି, ମାଲକାନଗିରି, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର, ଯାଜପୁର, ଭଦ୍ରକ, ଜଗତସିଂହପୁର, କଟକ, କେନ୍ଦ୍ରାପଡା, ଖୋର୍ଦ୍ଧା, ପୁରୀ, ନୟାଗଡ, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର ଓ ସୋନପୁର । କେତେକ ସ୍ଥାନରେ ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି । ମୌସୁମୀ ବାୟୁ ସକ୍ରୀୟ ରହିବା ଯୋଗୁ ବର୍ଷାର ପରିମାଣ ବୃଦ୍ଧି ପାଇବ ଏବଂ ଆସନ୍ତା ତିନି ଚାରିଦିନ ଧରି ଏହା ଲାଗିରହିବ । ତେବେ ମୟୁରଭଞ୍ଜ, କେନ୍ଦୁଝର, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here