ଆଜିଠୁ ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେସନ । ନୂଆ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଗୃହ ପରିଚାଳନା କରୁଛନ୍ତି । ଅଧିବେସନ ଆରମ୍ଭରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓକନଫରେନ୍ସିଂ ଜରିଆରେ ଗୃହ କାର୍ଯ୍ୟରେ ଯୋଗ ଦେବା ସହ ଦିବଂଗତ ବିଧାୟକ ସୁରେନ୍ଦ୍ର କହଁରଙ୍କ ପାଇଁ ଶୋକ ପ୍ରସ୍ତାବ ଆଗତ କରିଥିଲେ । ଗୃହରେ ଶୋକ ପ୍ରସ୍ତାବ ଜରିଆରେ ସବୁ ଦଳର ବିଧାୟକମାନେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ପରେ ଆରମ୍ଭ ହୋଇଥିଲା ପ୍ରଶ୍ନୋତ୍ତର କାଳ ।

LEAVE A REPLY

Please enter your comment!
Please enter your name here