ଆସନ୍ତାକାଲିଠୁ ରାଜ୍ୟର ସବୁ ସ୍କୁଲ୍‌ ଛୁଟି । ରାଜ୍ୟରେ ବଢ଼ି ଚାଲିଥିବା ଖରାକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ନିଆଯାଇଛି। ଆସନ୍ତାକାଲିଠୁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍‌ ଛୁଟି ଘୋଷଣା ହୋଇଛି।
ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଗୁଆ ଛୁଟି ଘୋଷଣା କରିଛନ୍ତି। ଚଳିତ ବର୍ଷ ପ୍ରବଳ ଗ୍ରୀଷ୍ଣ ପ୍ରବାହ ସହ ଏକାଧିକ ସହରରେ ତାପମାତ୍ରା ୪୦ ଡିଗ୍ରୀକୁ ପାର୍‌ କରିଛି I ତେଣୁ ପୂର୍ବରୁ ସାଧାରଣତଃ ମେ’ ମାସରେ ହେଉଥିବା ଖରା ଛୁଟିକୁ ଏଥର ଆଗୁଆ ଘୋଷଣା କରାଯାଇଛି I ଆସନ୍ତା ଜୁନ୍ 16 ତାରିଖ ପର୍ଯ୍ୟନ୍ତ ସରକାର ଗ୍ରୀଷ୍ମ ଛୁଟି ଘୋଷଣା କରିଛନ୍ତି ।
ଖରାରେ ଆଉଟୁପାଉଟୁ ଉତ୍ତରରୁ ଦକ୍ଷିଣ, ଉପକୂଳରୁ ପଶ୍ଚିମ ଓଡ଼ିଶା। ଆଜି ବି ହିଟ୍ ୱେଭ୍ ନେଇ ପାଣିପାଗ ବିଭାଗ ୱାର୍ଣ୍ଣିଂ ଜାରି କରିଛି। ଗତକାଲି ୪୦ ଡିଗ୍ରୀ ଉପରେ ୩୦ଟି ସହରର ତାପମାତ୍ରା ଥିଲା। ତେବେ ତାତିରେ ରେକର୍ଡ କରିଛି ବାରିପଦା। ବାରିପଦାରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ଗତକାଲି ୪୪.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।

LEAVE A REPLY

Please enter your comment!
Please enter your name here