ତୃତୀୟ ଦିନରେ ଜାରି ରହିଛି ଭୋଟ ଗଣତି । ଆଜି ମୋଟ୍ ୨୩୧ଟି ଜିଲ୍ଲା ପରିଷଦ ଆସନ ପାଇଁ ଚାଲିଛି ଗଣତି । ଦିନ ୧୧ଟା ୪୦ ସୁଦ୍ଧା ଆସିଥିବା ଟ୍ରେଣ୍ଡ୍ ମୁତାବକ ବିଜେଡି ୭୪ଟି ଜୋନରେ ଆଗୁଆ ରହିଛି, ବିଜେପି ୧୪ ଏବଂ କଂଗ୍ରେସ ୪ଟି ଜୋନରେ ଆଗୁଆ ରହିଛି । ଅନ୍ୟପଟେ ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ ପ୍ରଥମ ଓ ଦ୍ୱିତୀୟ ଦିନ ଗଣତିର ଫଳାଫଳ ପ୍ରକାଶ କରାଯାଇଛି । ଏଯାବତ୍ ସଦ୍ୟତମ ତଥ୍ୟ ମୁତାବକ ୬୨୦ ଆସନରୁ ୫୮୫ର ଫଳାଫଳ ଘୋଷଣା କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ । ଯେଉଁଥିରେ ବିଜେଡି ୫୧୮ ଜୋନରେ ବିଜୟୀ, ୩୧ଟି ଜୋନରେ ବିଜେପି ବିଜୟୀ ହୋଇଥିବାବେଳେ କଂଗ୍ରେସ ୨୯ଟି ଓ ୭ଟି ଜୋନରେ ଅନ୍ୟାନ୍ୟ ପ୍ରାର୍ଥୀ ବିଜୟୀ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here