କଟକ ଅରିଲୋରେ ଲୋକାର୍ପଣ କରାଯାଇଛି ଅତ୍ୟାଧୁନିକ ଓମଫେଡ ଡାଏରୀ ପ୍ଲାଣ୍ଟ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦଘାଟନ କରିଛନ୍ତି । ୨୬୩ କୋଟି ଟଙ୍କା ବ୍ୟୟରେ ରାଜ୍ୟ ସରକାରଙ୍କର ମତ୍ସ୍ୟ ଏବଂ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ନିର୍ମାଣ ହୋଇଛି ଏହି ପ୍ଲାଣ୍ଟ । ଦୈନିକ ୫ ଲକ୍ଷ ଲିଟର କ୍ଷମତା ବିଶିଷ୍ଟ ଏହି ମେଗା ଅତ୍ୟାଧୁନିକ ଓମଫେଡ ପ୍ଲାଣ୍ଟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗ ଦେଇ କହିଛନ୍ତି ଯେ, ଏହି ୟୁନିଟ ଦ୍ୱାରା ଦିନକୁ ୫ଲକ୍ଷ ଲିଟର କ୍ଷୀର ପ୍ରକ୍ରିୟାକରଣ ହୋଇପାରିବ । ଏଥିରୁ ଉନ୍ନତମାନର ଲସି, ଘିଅ, ପନିର ଆଦି ଉତ୍ପାଦନ ହୋଇପାରିବ । ଏହି ପ୍ଲାଣ୍ଟ ସମ୍ପୂର୍ଣ୍ଣ ସ୍ୱୟଂ ଚାଳିତ । ଏହାଦ୍ୱାରା ରାଜ୍ୟର ୬ ଲକ୍ଷ ଦୁଗ୍ଧ ଚାଷୀ ଉପକୃତ ହୋଇପାରିବେ । ମୁଖ୍ୟମନ୍ତ୍ରୀ କହିଛନ୍ତି, ଚାଷୀଙ୍କ ରୋଜଗାର ବଢାଇବା ସରକାରଙ୍କ ମୁଖ୍ୟ ଲକ୍ଷ୍ୟ । ଡ଼ାଏରୀ ଫାର୍ମିଂ ୟୁନିଟ ପ୍ରୋସେସିଂ ପ୍ଲାଂଟ ପାଇଁ ସରକାର ୫୦ ଲକ୍ଷ ଟଙ୍କା ପର‌୍ୟ୍ୟନ୍ତ ସବସିଡି ଯୋଗାଇଦେଉଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

LEAVE A REPLY

Please enter your comment!
Please enter your name here