ସଂସଦରେ ଆଗତ ହୋଇଛି ସାମୟିକ ବଜେଟ୍ । ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ଅସୁସ୍ଥ ଥିବାରୁ ତାଙ୍କ ସ୍ଥାନରେ କାମଚଳା ଅର୍ଥମନ୍ତ୍ରୀ ପିୟୁଷ ଗୋଏଲ ବଜେଟ୍ ଉପସ୍ଥାପନ କରୁଛନ୍ତି । ସଂସଦରେ ୨୦୧୯-୨୦ ଆର୍ଥିକ ବର୍ଷର ପ୍ରଥମ ୪ ମାସ ପାଇଁ କାମଚଳା ବଜେଟ୍‌ ଆଗତ କରିଛନ୍ତି। ସରକାର ଆସନ୍ତା ଆର୍ଥିକ ବର୍ଷର ପ୍ରଥମ ୪ ମାସର ଖର୍ଚ ତୁଲାଇବା ପାଇଁ ଲେଖାନୁଦାନ ଆଗତ କରିଛନ୍ତି। ନିର୍ବାଚନ ପରେ ନୂଆ ସରକାର ଗଠନ ହେଲେ ପୂର୍ଣ୍ଣାଙ୍ଗ ବଜେଟ୍‌ ଆଗତ କରିବେ। ସାଧାରଣ ବଜେଟ୍‌ ସହିତ ରେଳ ବଜେଟକୁ ମିଶାଇ ଦିଆଯାଇଥିବାରୁ ରେଳ ବିଭାଗର ବ୍ୟୟବରାଦ ନେଇ ଅନ୍ତରୀଣ ବଜେଟରେ ଘୋଷଣା କରୁଛନ୍ତି ଅର୍ଥମନ୍ତ୍ରୀ ପିୟୁଷ ଗୋଏଲ।

LEAVE A REPLY

Please enter your comment!
Please enter your name here