ଏଲଏସିରେ ମୁହାଁମୁହିଁ ନେଇ ସଂସଦରେ ପ୍ରତିରକ୍ଷା ମନ୍ତ୍ରୀଙ୍କ ବିବୃତ୍ତି । ଲୋକସଭାରେ ବିବୃତ୍ତି ରଖିଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ଗତ ୯ରେ ଚୀନ ସେନା ବେଆଇନ ଭାବେ ଅନୁପ୍ରବେଶ ଉଦ୍ୟମ କରିଥିଲେ । ଲାଇନ୍ ଅଫ ଆକଚୁଆଲ କଣ୍ଟ୍ରୋଲ ପରିବର୍ତ୍ତନ ଉଦ୍ଦେଶ୍ୟରେ ଆସିଥିଲେ । ଏଲଏସିରେ ଥିବା ସ୍ଥିତାବସ୍ଥାକୁ ଏକତରଫା ବଦଳାଇବାକୁ ଚେଷ୍ଟା କରିଥିଲେ । ଆମ ସେନା ଚୀନର ଏଭଳି କାର୍ଯ୍ୟକୁ ଦୃଢତାର ସହ ମୁକାବିଲା କରିଥିଲେ । ଉଭୟ ପକ୍ଷ ମଧ୍ୟରେ ମୁହାଁମୁହିଁ , ଧସ୍ତାଧସ୍ତି ହୋଇଥିଲା । ଆମ ସେନାର ଦୃଢ ପଦକ୍ଷେପ , ସେମାନଙ୍କୁ ଫେରିଯିବାକୁ ବାଧ୍ୟ କରିଥିଲା ।

LEAVE A REPLY

Please enter your comment!
Please enter your name here