ଗତବର୍ଷ ଭଳି ଚଳିତବର୍ଷ ବି +୨ରେ ସିଲାବସ ହ୍ରାସ କରାଯିବ । ଗତବର୍ଷ ଭଳି ଏ ବର୍ଷ ବି ୩୦ ପ୍ରତିଶତ ସିଲାବସ ହ୍ରାସ କରାଯିବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାଉନସିଲ ବୈଠକରେ ନିଷ୍ପତ୍ତି । ମହାମାରୀ ଭଳି ସ୍ଥିତି ବଳବତ୍ତର ରହିଲେ ମୂଲ୍ୟାୟନ ପାଇଁ ବ୍ୟବସ୍ଥା । ପ୍ରଥମ ବର୍ଷ ଏବଂ ଦ୍ୱିତୀୟ ବର୍ଷରେ ହେବ ଟର୍ମିନାଲ ପରୀକ୍ଷା । ପ୍ରଥମ ବର୍ଷରେ ୩ଟି ଓ ଦ୍ୱିତୀୟ ବର୍ଷରେ ୩ଟି ଟର୍ମିନାଲ ପରୀକ୍ଷା । ପ୍ରତି କ୍ୱାର୍ଟରରେ ୩୦ ନମ୍ବର ବିଶିଷ୍ଟ ଟର୍ମିନାଲ ପରୀକ୍ଷା ହେବ । ୩୦ ନମ୍ବରରୁ ୨୦ ନମ୍ବର ଥିଓରୀ ଓ ୧୦ ନମ୍ବର ପ୍ରାକ୍ଟିକାଲ । ସମସ୍ତ ଟର୍ମିନାଲ ପରୀକ୍ଷା ସଂପୃକ୍ତ କଲେଜ ପରିଚାଳନା କରିବ । ପ୍ରଥମ ବର୍ଷ ଶେଷରେ ଓ ଦ୍ୱିତୀୟ ବର୍ଷ ଶେଷରେ ବାର୍ଷିକ ପରୀକ୍ଷା ହେବ । ମହାମାରୀ ସ୍ଥିତି ନଉପୁଜିଲେ ବାର୍ଷିକ ପରୀକ୍ଷା ଆଧାରରେ ରେଜଲ୍ଟ । ମହାମାରୀ ପାଇଁ ପରୀକ୍ଷା ବନ୍ଦ ହେଲେ ଟର୍ମ ପରୀକ୍ଷା ଭିତ୍ତିରେ ରେଜଲ୍ଟ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଉପାଧ୍ୟକ୍ଷ ତୁଷାରକାନ୍ତି ତ୍ରିପାଠୀଙ୍କ ସୂଚନା ।

LEAVE A REPLY

Please enter your comment!
Please enter your name here