ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଲଘୁଚାପ ଆଜି ସଂନ୍ଧ୍ୟା ସୁଧା ଘନୀଭୂତ ହେବ । ଏହା ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡିଶାର ଉପକୂଳ ଅଞ୍ଚଳରେ ପ୍ରବେଶ କରିବ । ଆଜି ବିଳମ୍ବିତ ରାତି ଓ ଆସନ୍ତାକାଲି ସକାଳ ସୁଦ୍ଧା କଳିଙ୍ଗପଟନମ ଓ ପୁରୀ ମଧ୍ୟରେ ଓଡିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବ । ଏହାର ପ୍ରଭାବରେ ୨୦ ଓ ୨୧ ତାରିଖ ଦୁଇ ଦିନ ଧରି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ସେହିଭଳି ଅବପାତ ଯୋଗୁଁ ସମୁଦ୍ର ଅଶାନ୍ତ ରହିଥିବାରୁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ଯିବାପାଇଁ ପାଣିପାଗ ବିଭାଗ ପକ୍ଷରୁ ବାରଣ କରାଯାଇଛି । ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଉଛି ଯେ, ରାଜ୍ୟର ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି , କୋରାପୁଟ, ଉପକୂଳ ଓଡିଶାର ପୁରୀ , ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ଖୋର୍ଦ୍ଧା ଏବଂ କନ୍ଧମାଳ , କଳାହାଣ୍ଡି ଭଳି କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷ ହେବାର ଆଶଙ୍କା ରହିଛି ।

LEAVE A REPLY

Please enter your comment!
Please enter your name here