କଂଗ୍ରେସର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ 8ଟି ଲୋକସଭା ଆସନ ଏବଂ 49ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଛି । ପିସିସି ସଭାପତି ତଥା ପୂର୍ବତନ ସାଂସଦ ଶରତ ପଟ୍ଟନାୟକ ନୂଆପଡା ବିଧାନସଭା ଆସନରୁ ପ୍ରାର୍ଥୀ ହୋଇତିବା ବେଳେ ପୂର୍ବତନ ମୁଖ୍ୟଶାସନ ସଚିବ ବିଜୟ ପଟ୍ଟନାୟକଙ୍କୁ ଦଳ ପାରଳାଖେମୁଣ୍ଡିରୁ ପ୍ରାର୍ଥୀ କରିଛି । ନର୍ପ୍ରଲା ବିଧାନସଭା ଆସନରୁ ଭକ୍ତ ଚରଣ ଦାସ ପ୍ରାର୍ଥୀ ହୋଇଛନ୍ତି । ଆଠଟି ଲୋକସଭା ଆସନ ମଧ୍ୟରେ ବଲାଙ୍ଗୀର ଲୋକସଭା ଆସନରୁ ଦଳ ଅଭିନେତା ମନୋଜ ମିଶ୍ରଙ୍କୁ ପ୍ରାର୍ଥୀ କରିଥିବା ବେଳେ ବରଗଡରୁ ସଂଜୟ ଭୋଇ, ସୁନ୍ଦରଗଡ଼ରୁ ଜନାର୍ଦ୍ଦନ ଦେହୁରୀ, କଳାହାଣ୍ଡିରୁ ଦ୍ରୌପଦୀ ମାଝୀ, ନବରଙ୍ଗପୁରରୁ ଭୁଜବଳ ମାଝୀ, କନ୍ଧମାଳରୁ ଅମିର ଚାନ୍ଦ ନାୟକ, ବ୍ରହ୍ମପୁରରୁ ରଶ୍ମିରଂଜନ ପଟ୍ଟନାୟକ ଓ କୋରାପୁଟରୁ ସପ୍ତଗିରି ଉଲାକାଙ୍କୁ ଦଳ ପ୍ରାର୍ଥୀ ଘୋଷଣା କରିଛି ।
ଅନ୍ୟମାନଙ୍କ ମଧ୍ୟରେ ପଦ୍ମପୁରରୁ ଟଙ୍କଧର ସାହୁ, ବିଜେପୁରରୁ କିଶୋର ଦଫାଦାର, ବରଗଡ଼ରୁ ନିପନ ଦାସ, ଭଟଲୀରୁ ବ୍ରହ୍ମା ମହାକୁଡ଼, ବ୍ରଜରାଜନଗରରୁ କିଶୋର ପଟେଲ, ତଳସରାରୁ ପ୍ରବୋଧ ତିର୍କୀ, ସୁନ୍ଦରଗଡ଼ରୁ ସୁଧାରାଣୀ ରାଉଡ଼ିଆ, ରଘୁନାଥପାଲୀରୁ ଗୋପାଳ ଦାସ, ରାଉରକେଲାରୁ ବୀରେନ୍ଦ୍ର ନାଥ ପଟ୍ଟନାୟକ, ରାଜଗାଙ୍ଗପୁରରୁ ରାଜନ ଏକ୍କା, ଲୋଇସିଂହାରୁ ଓମ୍‌ ପ୍ରକାଶ କୁମ୍ଭାର, ପାଟଣାଗଡ଼ରୁ ଅନୀଲ ମେହେର, ବଲାଙ୍ଗିରରୁ ସମରେନ୍ଦ୍ର ମିଶ୍ର, କଣ୍ଟାବାଂଜିରୁ ସନ୍ତୋଷ ସିଂ ସାଲୁଜା, ଉମରକୋଟରୁ ସନରାଜ ଗଣ୍ଡ, ଝରିଗାଁରୁ ହାରାବତୀ ଗଣ୍ଡ, ନବରଙ୍ଗପୁରରୁ ଦିଲୀପ ପ୍ରଧାନୀ, ଡାବୁଗାଁରୁ ଲିପିକା ମାଝୀ, ଲାଞ୍ଜିଗଡ଼ରୁ ବଳଭଦ୍ର ମାଝୀ, ଜୁନାଗଡ଼ରୁ ତୁଳେଶ୍ୱର ନାଏକ, ଧର୍ମଗଡ଼ରୁ ରଶ୍ମୀରେଖା ରାଉତ, ଭବାନୀପାଟଣାରୁ ସାଗର ଦାସ, ବାଲିଗୁଡ଼ାରୁ ସୁରଦ ପ୍ରଧାନ, ଜି.ଉଦୟଗିରିରୁ ପ୍ରଫୁଲ୍ଲ ପ୍ରଧାନ, ଫୁଲବାଣୀରୁ ପ୍ରତିଭା କହଁର, କଣ୍ଟାମାଳରୁ ମନୋଜ ଆଚାର୍ଯ୍ୟ, ବୌଦ୍ଧରୁ ନବ ମିଶ୍ର, ଭଂଜନଗରରୁ ପ୍ରଶାନ୍ତ ବିଷୋୟୀ, ପୋଲସରାରୁ ଅଗସ୍ତୀ ବରଦା, କବିସୂର୍ଯ୍ୟନଗରରୁ ଚିରଂଜୀବ ବିଷୋୟୀ, ସୋରଡ଼ାରୁ ହରିକ୍ରିଷ୍ଣା ରଥ, ସାନଖେମୁଣ୍ଡିରୁ ରମେଶ ଜେନା, ଚିକିଟିରୁ ରବୀନ୍ଦ୍ର ଦ୍ୟାନସାମନ୍ତରାୟ ଓ ମୋହନାରୁ ଦାଶରଥୀ ଗମାଙ୍ଗଙ୍କୁ ଦଳ ପ୍ରାର୍ଥୀ ଘୋଷଣା କରିଛି ।

LEAVE A REPLY

Please enter your comment!
Please enter your name here