କଟକ ସହରରେ ୪୬.୩୯ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡି । ଆରଏମଆରସି ପକ୍ଷରୁ କରାଯାଇଥିବା ସେରୋ ସର୍ଭେ ରିପୋର୍ଟ ପ୍ରକାଶ । ସେରୋ ସର୍ଭେ ନେଇ ଆରଏମଆରସି ନିର୍ଦ୍ଦେଶିକା ସଂଘମିତ୍ରା ପତିଙ୍କ ସୂଚନା । କଟକ ସହରରେ ମୋଟ ୨୨୭୪ ଜଣଙ୍କ ଠାରୁ ସାମ୍ପଲ ନିଆଯାଇଥିଲା । ୨୫ଟି ୱାର୍ଡରୁ ୧୬୩୪, ସମ୍ବେଦନଶୀଳ ଗୋଷ୍ଠୀରୁ ୬୪୦ ସାମ୍ପଲ ନିଆଯାଇଥିଲା । ୨୫ଟି ୱାର୍ଡରୁ ସଂଗୃହୀତ ସାମ୍ପଲରୁ ୪୧.୦୮ ପ୍ରତିଶତ ଆଣ୍ଟିବଡି । ସମ୍ବେଦନଶୀଳ ଗୋଷ୍ଠୀରୁ ସଂଗୃହୀତ ସାମ୍ପଲରୁ ୫୬.୪ ପ୍ରତିଶତ ଆଣ୍ଟିବଡି । ୧୬ ନମ୍ବର ୱାର୍ଡରୁ ସର୍ବନିମ୍ନ ୨୨ ପ୍ରତିଶତ । ୪୭ ନମ୍ବର ୱାର୍ଡରୁ ସର୍ବାଧିକ ୬୭ ପ୍ରତିଶତ । ଅଳ୍ପ ବୟସ୍କଙ୍କ ଭିତରେ ଆଣ୍ଟିବଡି ବେଶି ବିକଶିତ ହୋଇଛି ବୋଲି ନିର୍ଦ୍ଦେଶିକା ସଂଘମିତ୍ରା ପତି କହିଛନ୍ତି ।

LEAVE A REPLY

Please enter your comment!
Please enter your name here