ରାଜ୍ୟରେ ଆଜି ୧୦୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣଙ୍କ କଟକ ଜିଲ୍ଲାର ଓ ତାଙ୍କର ବୟସ ୭୫ବର୍ଷ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ଜଣକ ଅସୁସ୍ଥ ଅବସ୍ଥାରେ ଏମ୍ସରେ ଭର୍ତ୍ତି ହୋଇଥିଲେ। ସେ ଫୁସ୍‌ଫୁସ ଜନିତ ରୋଗରେ ଆକ୍ରାନ୍ତ ଥିଲେ। ୧୭ ତାରିଖ ରାତିରେ ତାଙ୍କର ମୃତ୍ୟୁ ଘଟିଥିଲା। ନମୂନା ପରୀକ୍ଷା ପରେ ସେ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାାଇଛି। ପୂର୍ବରୁ ଖୋର୍ଦ୍ଧା ଜିଲ୍ଲାର ୨ ଓ ଗଞ୍ଜାମ ଜିଲ୍ଲାର ୨ ଜଣଙ୍କର ମୃତ୍ୟୁ ଘଟିଥିଲା।

LEAVE A REPLY

Please enter your comment!
Please enter your name here