ଆସନ୍ତାକାଲି ଉପକୂଳ ଛୁଇଁବ ଅବପାତ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସୁଦୃଶ ଲଘୁଚାପରେ ପରିଣତ ହୋଇଛି । ଆସନ୍ତାକାଲି ସକାଳ ସୁଦ୍ଧା ଅବପାତ ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡିଶା ମଧ୍ୟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜି ଏବଂ ଆସନ୍ତକାଲି ସାରା ଓଡିଶାରେ ବର୍ଷା ହେବ । ଦକ୍ଷିଣ ଓଡିଶାର କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୧୭ , ୧୮ ସୁଦ୍ଧା ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ବୋଲି ଆଇଏମଡି ଡିଜି ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here