ଆସନ୍ତାକାଲି ଅବପାତରେ ପରିଣତ ହେବ ଆଣ୍ଡାମାନସାଗର ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର । ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି କାଲି ଅବପାତର ରୂପ ନେବ । ଅବପାତରେ ପରିଣତ ହେଲା ପରେ କେଉଁଠି ମାଡ ହେବ, ତାହା ସ୍ପଷ୍ଟ ହେବ । କେଉଁ ଯାଗାରେ ଉପକୂଳ ଅତିକ୍ରମ କରିବ । କାଲି ସ୍ପଷ୍ଟ କରାଯିବ ବୋଲି କହିଛନ୍ତି ଆଇଏମଡି ଡିଜି । ୪ ତାରିଖ ସଖାଳେ ଉତ୍ତର ଆନ୍ଧ୍ର ଓଡିଶା ଉପକୂଳରେ ପହଁଞ୍ଚିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଡିସେମ୍ବର ୩ ତାରିଖ ସଂନ୍ଧ୍ୟାରୁ ବର୍ଷାର ପରିମାଣ ବୃଦ୍ଧି ପାଇବ । ଗଜପତି, ଗଞ୍ଜାମ, ଜଗତସିଂହପୁର ଓ ପୁରୀରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହି ୪ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ମଧ୍ୟ ହୋଇପାରେ । ସମ୍ଭାବ୍ୟ ବାତ୍ୟାର ପ୍ରଭାବ ୪ ତାରିଖରେ ସର୍ବାଧିକ ରହିବ । ୪ ତାରିଖରେ ୧୧ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କଟକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here