ରାଜ୍ୟ ପ୍ରତି କେନ୍ଦ୍ରୀୟ ଅବହେଳା ଏବଂ ବେକାରୀ ସମସ୍ୟା ଭଳି ବିଭିନ୍ନ ପ୍ରସଙ୍ଗ ଉଠାଇ ଶାସକ ବିଜେଡି ବିଧାୟକମାନେ ରାଜ୍ୟପାଳଙ୍କ ନିକଟରେ  ଫେରାଦ ହୋଇଛନ୍ତି । କେନ୍ଦ୍ର ସରକାର୨କୋଟି ବେକାରୀ ଯୁବକଙ୍କୁ ନିଯୁକ୍ତି ଦେବା ପାଇଁ ପ୍ରତିଶ୍ରୁତି ଦେଇଥିବା ବେଳେ ଆଜି ସେହି ପ୍ରତିଶ୍ରୁତି ପାଳନ କରିବାରେ ବିଫଳ ହୋଇଛନ୍ତି ବୋଲି ବିଜେଡି କହିଛି । କେନ୍ଦ୍ର ସରକାର ଓଡିଶା ପ୍ରତି ବୈମାତୃକ ମନୋଭାବ ପୋଷଣ କରୁଛି ବୋଲି ଶିଳ୍ପମନ୍ତ୍ରୀ ପ୍ରଫୁଲ ସାମଲ କହିଛନ୍ତି । ବିଧାନସଭାରେ ପ୍ରଶ୍ନୋତ୍ତର କାଳରେ ବିରୋଧୀ କଂଗ୍ରେସ ଓ ବିଜେପି ବିଧାୟକମାନେ ହଟ୍ଟଗୋଳ କରିବା ଯୋଗୁ ବାଚସ୍ପତି ଗୃହକୁ ଦିନ ସାଢେ ଏଗାରଟା ଯାଏଁ ମୁଲତବୀ କରିଥିଲେ । କଂଗ୍ରେସ ଚାଷୀ ପ୍ରସଙ୍ଗ ଉଠାଇଥିବା ବେଳେ ବିଜେପି ବିଧାୟକମାନେ ନାରୀ ନିର୍ଯାତନା ପ୍ରସଙ୍ଗ ଉଠାଇଥିଲେ । ବିଜେଡି ବିଧାୟକମାନେ କେନ୍ଦ୍ର ଅବହେଳା ନେଇ ଗୃହରେ ନାରା ଦେଇଥିଲେ । ଗୃହ ମୁଲତବୀ ହେବା ପରେ ବିଜେଡି ବିଧାୟକମାନେ ବିଧାନସଭାରୁ ରାଜଭବନ ଅଭିମୁଖେ ପଦଯାତ୍ରାରେ ବାହାରିଥିଲେ  । ସେମାନେ ରାଜଭବନରେ ରାଜ୍ୟପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରିବା ସହ କୃଷି ଓ ବେକାରୀ ଭଳି ପ୍ରସଙ୍ଗରେ କେନ୍ଦ୍ରୀୟ ଅବହେଳାର ପ୍ରତିବାଦ ଜଣାଇଥିଲେ ।

LEAVE A REPLY

Please enter your comment!
Please enter your name here