କୋଭିଡ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ନୂଆ ଷ୍ଟ୍ରାଟେଜୀ । ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିରମାନଙ୍କରେ ଅନ୍ତେବାସୀମାନଙ୍କୁ କୋଭିଡ ରୋଗ ପରିଚାଳନା ସଂପର୍କରେ ତାଲିମ ଦିଆଯିବ । ଯାହାଫଳରେ ସଙ୍ଗରୋଧରୁ ବାହାରିବା ପରେ ସେମାନେ କୋଭିଡ ସ୍ବେଚ୍ଛାସେବୀ ଭାବେ କାର୍ଯ୍ୟ କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏଥିପାଇଁ ଏକ ସାର୍ଟିଫିକେଟ କୋର୍ସ କରାଯିବ । ସେହିପରି ସପ୍ତାହକ ମଧ୍ୟରେ ଗଞ୍ଜାମ, ବାଲେଶ୍ବର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ବଲାଙ୍ଗୀର ଆଦି ଜିଲ୍ଲାମାନଙ୍କରେ କୋଭିଡ କେୟାର ସେଣ୍ଟରର ଶଯ୍ୟା ସଂଖ୍ୟା ବୃଦ୍ଧି କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟ ଶାସନସଚିବ ଓ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବା ଅବସରରେ ଏହି ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here