ପ୍ରତିକ୍ଷାର ଅନ୍ତ ଘଟିଛି । ୫ଜି ସେବା ଓଡିଶାରେ ଆରମ୍ଭ ହୋଇଛି । ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉଦଘାଟନୀ ଉତ୍ସବରେ ସାମିଲ ହୋଇଛନ୍ତି । ଏହି ୫ଜି ସେବାରେ ଇଣ୍ଟରନେଟର ସ୍ପିଡ୍ ବଢିଯିବ । ତେବେ ପ୍ରଥମ ପର‌୍ୟ୍ୟାୟରେ ଟ୍ୱିନସିଟିରେ ୫ଜି ଯୋଡି ହୋଇଛି । ପରବର୍ତ୍ତୀ ପର‌୍ୟ୍ୟାୟରେ ୫ଟି ସହରରେ ଏହି ସେବା ଆରମ୍ଭ ହେବ । – ୫-ଜିରେ ଆଖି ପିଛୁଳାକେ ଖୋଲିଯିବ ୱେବପେଜ୍ । ୫-ଜିର ସ୍ପିଡ୍ ବର୍ତ୍ତମାନର ସ୍ପିଡଠାରୁ ଢେର ଅଧିକ ହେବ । ଅତି କମ୍ ସମୟରେ ଫଟୋ ଓ ଭିଡିଓ ଡାଉନ୍ଲୋଡ କିମ୍ବା ଅପ୍ଲୋଡ କରିହେବ । ଏକାଧିକ ଡିଭାଇସକୁ ଇଣ୍ଟରନେଟ୍ ସହ ଯୋଡାଯାଇ ପାରିବ। ୫-ଜି ନେଟୱର୍କର ସ୍ପିଡ୍ ୧ ସେକେଣ୍ଡରେ ୨୦ ଜିବି ପର‌୍ୟ୍ୟନ୍ତ ହେବ । ୫- ଜି ନେଟୱର୍କରେ ମାତ୍ର ୫ରୁ ୬ ସେକେଣ୍ଡରେ ପୂରା ଫିଲ୍ମ ଡାଉନଲୋଡ୍ ହୋଇପାରିବ

LEAVE A REPLY

Please enter your comment!
Please enter your name here