ସମ୍ବଲପୁରର ଶରଧାପାଲିରେ ଏକ ଗୁଟଖା କାରଖାନାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଯେଉଁଥିରେ ୨୫ରୁ ଅଧିକ ଲୋକ ଆହତ ହୋଇଛନ୍ତି । ସେମାନଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ତେବେ ଅଗ୍ନିଶମ କର୍ମଚାରୀଙ୍କ ଦ୍ୱାରା ଲୋକଙ୍କୁ ଉଦ୍ଧାର କରାଯାଇଛି । କାରଖାନା ଭିତରେ ପ୍ରବଳ ଧୁଆଁ ଥିବା ଯୋଗୁଁ ଉଦ୍ଧାର କାର୍ଯ୍ୟରେ ସମସ୍ୟା ଉପୁଜିଛି । ତେବେ ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ । ଅଗ୍ନିକାଣ୍ଡରେ ୨୫ରୁ ଅଧିକ ଲୋକ ଆହତ ହୋଇଥିବା ସୂଚନା ରହିଛି ।

LEAVE A REPLY

Please enter your comment!
Please enter your name here