ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଆଜି ହିଟ୍ ୱେଭ୍ କଣ୍ଡିସନ ଜାରି ରହିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ । ତେବେ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଖରାକୁ ନବାହାରିବାକୁ ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସତର୍କ କରାଯାଇଛି । ଗତକାଲି ରାଜ୍ୟର ୧୩ଟି ସହରର ତାପମାତ୍ରା ୪୧ ଡିଗ୍ରୀ ଉପରେ ରହିଥିଲା । ଭୁବନେଶ୍ବରରେ ସର୍ବାଧିକ ତାତି ରେକର୍ଡ କରାଯାଇଥିଲା । ସବୁଠି ଅସହ୍ୟ ଗରମରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଆଜି ରାଜ୍ୟରେ ଏଭଳି ତାତି ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ କହିଛି । ଆସନ୍ତାକାଲି ଠାରୁ ତାତି ହ୍ରାସ ପାଇବ ଏବଂ କାଳବୈଶାଖୀ ହେବାର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here