ତାଙ୍କ କଣ୍ଠସ୍ୱର ଲୋକଙ୍କୁ ଆକର୍ଷିତ କରୁଥିଲା, ଝରଣା ଦାସଙ୍କ ନାଁ ଶୁଣିଲେ ଲୋକେ ରେଡ଼ିଓ ଧରି ବସି ଯାଉଥିଲେ l ବର୍ଷିୟାନ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ ଘଟିଛି। କଟକ ଚଣ୍ଡି ରୋଡ୍ ସ୍ଥିତ ବାସଭବନରେ ଗତକାଲି ବିଳମ୍ବିତ ରାତିରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା। ତାଙ୍କର ମୃତ୍ୟୁ ପରେ ଓଲିଉଡରେ ଶୋକର ଛାୟା ଖେଳିଯାଇଛି । ୬୦ ଦଶକରେ ଓଡ଼ିଆ ସିନେମାରେ ଆଗଧାଡ଼ିର ଅଭିନେତ୍ରୀ ଥିଲେ ଝରଣା। ଚଳଚ୍ଚିତ୍ର ବ୍ୟତୀତ ସେ ଆକାଶବାଣୀ ଓ ଦୂରଦର୍ଶନ ସହିତ ମଧ୍ୟ ଜଡ଼ିତ ଥିଲେ। ବିଶିଷ୍ଟ ଅଭିନେତ୍ରୀ ଝରଣା ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗଭୀର ଶୋକ ପ୍ରକାଶ । ସ୍ବର୍ଗତ ଝରଣା ଦାସଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି

LEAVE A REPLY

Please enter your comment!
Please enter your name here