କନ୍ଧମାଳ ଜିଲ୍ଲାରେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ସନ୍ତାନ ପ୍ରସବ ଘଟଣାରେ କଡା କାର୍ଯ୍ୟାନୁଷ୍ଠାନ ନେଇଛି ଜିଲ୍ଲା ପ୍ରଶାସନ । ଅଭିଯୋଗ ଆସିବା ପରେ ଘଟଣା ଘଟିଥିବା ଆବାସିକ ସ୍କୁଲର ୩ଜଣ ଆସିଷ୍ଟାଣ୍ଟ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ନିଲମ୍ବିତ କରାଯାଇଛି ।

ଆଜି ଦାରିଙ୍ଗବାଡି ଅଂଚଳରେ ଥିବା ଏକ ଆବାସିକ ବିଦ୍ୟାଳୟରେ ଜଣେ ଛାତ୍ରୀ ପ୍ରସବ କରିଥିବା ଖବର ମିଳିଥିଲା । ଯାହାକୁ ନେଇ ଉତ୍ତେଜନା ଦେଖାଦେଇଥିଲା । ଏପରିକି ଲୋକେ ଏନଏଚ ୫୯କୁ ଦୀର୍ଘ ସମୟ ଧରି ଅବରୋଧ କରି ରଖିଥିଲେ । ଏହା ସହ ଘଟଣାର ତଦନ୍ତ ଏବଂ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ । ଏହାପରେ ଜିଲ୍ଲା ପ୍ରଶାସନ ତତ୍ପରତା ପ୍ରକାଶ କରି ଆବାସିକ ବିଦ୍ୟାଳୟର ୩ଜଣ କର୍ମଚାରୀଙ୍କୁ ନିଳମ୍ବିତ କରିଛି । ଏମାନଙ୍କ ମଧ୍ୟରେ ଜଣେ ଏଏନଏମ ଏବଂ ଦୁଇ ଜଣ ମାଟ୍ରନ ରହିଛନ୍ତି ।

ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସୁପାରିଶ କରାଯାଇଛି । ଏହି ବାବଦରେ ରାଜ୍ୟ ସରକାରଙ୍କୁ ଚିଠି ଲେଖିଛନ୍ତି ଜିଲ୍ଲାପାଳ । ୧୦ ଦିନ ମଧ୍ୟରେ ଘଟଣାର ତଦନ୍ତ କରିବାକୁ ସେ ଉପ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here