କରୋନା ଯୋଦ୍ଧା ଡାକ୍ତର , ସ୍ୱାସ୍ଥ୍ୟକର୍ମୀଙ୍କ ପାଇଁ ବଡ ଘୋଷଣା । କରୋନା ଯୋଦ୍ଧାଙ୍କ ସୁରକ୍ଷା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି । କରୋନା ଯୋଦ୍ଧାଙ୍କ ସୁରକ୍ଷା ପାଇଁ ଅଧ୍ୟାଦେଶ ଆଣିବାକୁ ନିଷ୍ପତ୍ତି । କ୍ୟାବିନେଟ ମିଟିଂ ପରେ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭେଡକରଙ୍କ ସୂଚନା । କରୋନା ଯୋଦ୍ଧାଙ୍କ ଉପରେ ଆକ୍ରମଣ ଆଦୌ ବରଦାସ୍ତ ନୁହଁ । ଡାକ୍ତର, ନର୍ସ, ସ୍ୱାସ୍ଥ୍ୟକର୍ମୀ, ଆଶାକର୍ମୀଙ୍କୁ ଆକ୍ରମଣ କଲେ ୩ମାସରୁ ୭ ବର୍ଷ ପର୍ଯ୍ୟନ୍ତ ଜେଲ୍ ଦଣ୍ଡାଦେଶ ହେବ ବୋଲି କେନ୍ଦ୍ର ସରକାର ଘୋଷଣା କରିଛନ୍ତି । ଏଥିସହିତ ଆକ୍ରମଣକାରୀଙ୍କ ପ୍ରତି ୫ ଲକ୍ଷ ଟଙ୍କାର ଜରିମାନା ବ୍ୟବସ୍ଥା କରାଯିବ । ସ୍ୱାସ୍ଥ୍ୟକର୍ମୀଙ୍କ ପାଇଁ ୫୦ ଲକ୍ଷ ଟଙ୍କାର ବୀମା ଘୋଷଣା କରାଯାଇଛି ।

LEAVE A REPLY

Please enter your comment!
Please enter your name here