ଆସନ୍ତା ତିନିଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ । ଉତ୍ତର ପୂର୍ବ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ରାଜ୍ୟର ୯ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ସେହି ସବୁ ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, ନବରଙ୍ଗପୁର, ନୂଆପଡା ଏବଂ ବରଗଡ । ଏଥିସହିତ ଉପକୁଳ ଓଡିଶା ଅନୁଗୁଳ , ଢେଙ୍କାନାଳ, ମାଳକାନଗିରି ଏବଂ ରାୟଗଡାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହିତ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି ।