ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଏହାର ପ୍ରଭାବରେ ଉପକୂଳବର୍ତ୍ତି ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । 14ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ମଧ୍ୟରେ ରହିଛି, ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ପୁରୀ, ଖୋର୍ଦ୍ଧା, କେନ୍ଦୁଝର ଓ ମୟୁରଭଞ୍ଜ । ଆସନ୍ତାକାଲି ସକାଳ ସାଢେ 8ଟା ଯାଏଁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here