ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଗତ 24 ଘଣ୍ଟା ଭିତରେ 334 ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରେ କ୍ବାରେଣ୍ଟିନରୁ 195, ଲୋକାଲ 139 ଜଣ ଅଛନ୍ତି । ସେହିପରି 18ରୁ କମ ବୟସର 53 ଜଣ ପିଲା ସଂକ୍ରମିତ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ 187 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ 70 ଜଣ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ 1295 ଟି ଆକ୍ଟିଭ୍ କରୋନା କେସ୍ ରହିଛି । କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଉଥିବାରୁ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତ୍ବ ଅବଲମ୍ବନ କରିବାକୁ କଡାକଡି କରାଯାଇଛି ।

LEAVE A REPLY

Please enter your comment!
Please enter your name here