ନବୀନ ପଟନାୟକ ଦେଶର ତୃତୀୟ ଧନୀ ମୁଖ୍ୟମନ୍ତ୍ରୀ I ଏଡିଆର ରିପୋର୍ଟରେ ଏହି ତଥ୍ୟ ପ୍ରକାଶ ପାଇଛି I ଦେଶର 30 ଜଣ ମୁଖ୍ୟମନ୍ତ୍ରୀଙ୍କ ସମ୍ପତ୍ତିକୁ ନେଇ ଏହି ରିପୋର୍ଟ ପ୍ରକାଶ କରାଯାଇଛି I ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ସ୍ଥାବର ଅସ୍ଥାବର ସମ୍ପତ୍ତିର ମୋଟ ମୂଲ୍ୟ 63 କୋଟି ଟଙ୍କା ଉଲ୍ଲେଖ କରାଯାଇଥିବା ବେଳେ ତାଲିକାର ଶୀର୍ଷରେ ଅଛନ୍ତି ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ I ଜଗନମୋହନଙ୍କ ମୋଟ ସମ୍ପତ୍ତିର ମୂଲ୍ୟ ହେଉଛି 510 କୋଟି ଟଙ୍କା I ସେହିପରି ଅରୁଣାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ପେମା ଖାଂଡୁ ତାଲିକାର ତୃତୀୟ ସ୍ଥାନରେ ଅଛନ୍ତି I ତାଙ୍କର ମୋଟ ସମ୍ପତ୍ତିର ମୂଲ୍ୟ ରହିଛି 163 କୋଟି ଟଙ୍କା I ତେବେ ସବୁଠାରୁ ଗରିବ ମୁଖ୍ୟମନ୍ତ୍ରୀ ହେଉଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ I ତାଙ୍କ ପାଖରେ ଥିବା ସ୍ଥାବର ଅସ୍ଥାବର ସମ୍ପତ୍ତିର ମୂଲ୍ୟ 15 ଲକ୍ଷ ଟଙ୍କାରୁ ବି କମ I

LEAVE A REPLY

Please enter your comment!
Please enter your name here