ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ମିଳିଲା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ନବ ଦାସଙ୍କ ମୃତ୍ୟୁ ପରେ ନିରଞ୍ଜନ ପୂଜାରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶ୍ରୀ ପୂଜାରୀ ଏବେ ରାଜ୍ୟ ଅର୍ଥ ଓ ସଂସଦୀୟ ବ୍ୟାପାର ବିଭାଗର କ୍ୟାବିନେଟ ମନ୍ତ୍ରୀ ଦାୟିତ୍ୱ ତୁଲାଉଛନ୍ତି। ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ଗତକାଲି ଏଏସ୍ଆଇ ଗୋପାଳ ଦାସଙ୍କ ଗୁଳି ମାଡ଼ରେ ନିହତ ହେବା ପରେ ଆଜି ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି।
ସୂଚନାଯୋଗ୍ୟ, ୨୦୧୯ ସାଧାରଣ ନିର୍ବାଚନ ପରେ ନବୀନ ପଟ୍ଟନାୟକ ସରକାରରେ ନବ ଦାସ ସ୍ୱାସ୍ଥ୍ୟ ମନ୍ତ୍ରୀ ଭାବେ କାର୍ଯ୍ୟ କରି ଆସୁଥିଲେ। ସେ ପଶ୍ଚିମ ଓଡ଼ିଶାର ଜଣେ ଟାଣୁଆ ନେତା ଭାବେ ଜଣାଶୁଣା ଥିଲେ।