ପାର୍ବତୀଗିରି ମେଗା ଲିଫ୍ଟ ଜଳସେଚନ ପ୍ରକଳ୍ପ ଉଦଘାଟନ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଚିବାଳୟରେ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରକଳ୍ପର ଉଦଘାଟନ କରିଛନ୍ତି । ଏହି ପ୍ରକଳ୍ପର ଅଧିନରେ ଥିବା ୯ଟି ଜିଲ୍ଲାର ୪୧ଟି ପଏଣ୍ଟ କୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାଦ୍ୱାରା ୫୦ ହଜାର ହେକ୍ଟରରୁ ଅଧିକ ଜମିରେ ଜଳସେଚନର ସୁବିଧା ମିଳିପାରିବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କୃଷିର ବିକାଶରେ ଜଳସେଚନର ଭୂମିକା ଗୁରୁତ୍ୱପୂର୍ଣ୍ଣ । ୨୦୧୯ ସୁଦ୍ଧା ଅଧିକ ୧୦ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ସୁବିଧା ଯୋଗାଇଦେବା ପାଇଁ ସେ ପ୍ରତିଶୃତି ଦେଇଛନ୍ତି । ବର୍ତ୍ତମାନ ସୁଦ୍ଧା ୭ ଲକ୍ଷ ହେକ୍ଟରରୁ ଅଧିକ ଜମିରେ ଜଳ ଯୋଗାଣର ସୁବିଧା କରାଯାଇ ପାରିଛି । ରାଜ୍ୟରେ ଉଚ୍ଚା ଜମି ଅଞ୍ଚଳରେ ପାର୍ବତୀଗିରି ମେଗା ଲିଫ୍ଟ ଜଳସେଚନ ବହୁତ ଲୋକପ୍ରିୟ ହୋଇପାରିଛି । ତେଣୁ ଅଧିକ ଚାଷୀ ଯେପରି ଏହି ସୁବିଧା ପାଇପାରିବେ, ସେଥିପାଇଁ ରାଜ୍ୟସରକାର ଉଦ୍ୟମ ଜାରି ରଖିବେ । ଏଥିପାଇଁ ଆଗାମୀ ୫ ବର୍ଷରେ ୧୦ ହଜାର କୋଟି ଖର୍ଚ୍ଚ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଏହି ଅବସରରେ ଉପସ୍ଥିତ ଥିବା ବିରୋଧୀଦଳ ନେତା ନରସିଂହ ମିଶ୍ର ପ୍ରତିଶ୍ରୁତି ପୂରଣ କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

LEAVE A REPLY

Please enter your comment!
Please enter your name here