ପୂର୍ବତନ ବାଚସ୍ପତି ମହେଶ୍ଵର ମହାନ୍ତିଙ୍କ ପରଲୋକ I ଆଜି ଭୋର 3.25 ରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି I ଗତ କିଛିଦିନ ଧରି ସେ ଅସୁସ୍ଥ ଥିଲେ I ମୃତ୍ୟୁ ବେଳକୁ ତାଙ୍କୁ 67 ବର୍ଷ ହୋଇଥିଲା I 1995 ରୁ ସେ ପୁରୀ ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇ ଆସୁଥିବା ବେଳେ 2019 ରେ ପରାଜିତ ହୋଇଥିଲେ I ବିଭିନ୍ନ ସମୟରେ ସେ ନବୀନ ପଟନାୟକଙ୍କ ମନ୍ତ୍ରୀମଣ୍ଡଳରେ ପ୍ରମୁଖ ବିଭାଗର ମନ୍ତ୍ରୀ ଥିଲେ I 2004 ରୁ 2009 ପର୍ଯ୍ୟନ୍ତ ସେ ବାଚସ୍ପତି ଭାବେ କାର୍ଯ୍ୟ କରିଥିଲେ I ତାଙ୍କ ପରଲୋକରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଗଭୀର ଶୋକ ପ୍ରକାଶ କରିଛନ୍ତି I

LEAVE A REPLY

Please enter your comment!
Please enter your name here