ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଲା ଜାମିନ । ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ସର୍ତ୍ତମୂଳକ ଭାବେ ଜାମିନ ମିଳିଛି । କ୍ରାଇମବ୍ରାଞ୍ଚ ମାମଲାରେ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି । ପ୍ରଦୀପ ପାଣିଗ୍ରାହୀଙ୍କୁ ୨୪ ଲକ୍ଷ ଟଙ୍କା ଏବଂ ୫ ଲକ୍ଷ ଟଙ୍କା ଲେଖାଏଁ ୨ ଜଣଙ୍କ ଜାମିନଦାର ବଦଳରେ ତାଙ୍କୁ ଜାମିନ୍ ମିଳିଛି । ୨୪ ଲକ୍ଷ ଟଙ୍କା ନଗଦ ଜମା କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ତେବେ ଜାମିନ ମିଳିଲେ ମଧ୍ୟ ଜେଲରେ ରହିବେ ବିଧାୟକ ପ୍ରଦୀପ ପାଣିଗ୍ରାହୀ । ଭିଜିଲାନ୍ସ ମାମଲା ରହିଥିବାରୁ ଜେଲରେ ସେ ରହିବେ । ତେବେ ପ୍ରଦୀପ ପାଣିଗ୍ରାହୀଙ୍କୁ ଗିରଫ କରାଯାଇଥିଲା ଏବଂ ଗିରଫକୁ ନେଇ ଅନେକ ଚର୍ଚ୍ଚା ହୋଇଥିଲା । ଟାଟା ମୋଟର୍ସରେ ଚାକିରୀ କରାଇଦେବା ନାଁରେ ହୋଇଥିଲା ମାମଲା । ବିଧାୟକ ପ୍ରଦୀପ ପାଣିଗ୍ରାହୀ ଏବେ ଝାରପଡା ଜେଲରେ ରହିଛନ୍ତି ।

LEAVE A REPLY

Please enter your comment!
Please enter your name here