କରୋନାର ନୂଆ ଭାରିଆଣ୍ଟ ସଙ୍କ୍ରମଣକୁ ନଜରରେ ରଖି ମେଡିକାଲ ,ଅକ୍ସିଜେନ୍ ଓ ଭେଣ୍ଟିଲେଟର ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସବୁ ରାଜ୍ୟର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ଅତିରିକ୍ତ ସଚିବ । ଏବେ ଦେଶରେ କୋଭିଡ ସଙ୍କ୍ରମଣ କମ ଥିଲେ ବି ପ୍ରସ୍ତୁତ ରହିବାକୁ ପଡିବ । ଭବିଷ୍ୟତରେ କିଛି ଚ୍ୟାଲେଞ୍ଜ ଆସିଲେ ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଅକ୍ସିଜେନ୍ ପ୍ରସ୍ତୁତକାରୀ ପ୍ଲାଣ୍ଟ ପୂର୍ଣ୍ଣକାର୍ଯ୍ୟକ୍ଷମ ସହ ଅକ୍ସିଜେନ୍ ପ୍ରସ୍ତୁତି ଓ ନିର୍ବିଘ୍ନ ଯୋଗାଣ ପାଇଁ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here