କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ଦୃଷ୍ଟିରୁ ରାଜ୍ୟ ସରକାର ଆଜି ଦଶ ଜିଲ୍ଲାରେ ନାଇଟ୍ କର୍ଫ୍ୟୁ ଲାଗୁ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଆସନ୍ତା 5 ତାରିଖରୁ ଅନ୍ୟାଦେଶ ଯାଏଁ ନାଇଟ କର୍ଫ୍ୟୁ ଲାଗୁ କରିବାକୁ ସ୍ବତନ୍ତ୍ର ରିଲିଫ କମିଶନର ନିର୍ଦ୍ଦେଶ ଦେଇଛନ୍ତି । ଏହିସବୁ ଜିଲ୍ଲାଗୁଡିକ ହେଲା, କୋରାପୁଟ, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, ନୂଆପଡା, ସମ୍ବଲପୁର, ମାଲକାନଗିରି, ସୁନ୍ଦରଗଡ, ଝାରସୁଗୁଡା ଓ ବରଗଡ । କର୍ଫ୍ୟୁ ସମୟରେ ଦୋକାନ ବଜାର, ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ ରହିବ । ଅତ୍ୟାବଶ୍ୟକ ସେବା ଉପରେ କୌଣସି କଟକଣା ରହିବ ନାହିଁ ।

LEAVE A REPLY

Please enter your comment!
Please enter your name here