ବଦଳିଲା ଝାରସୁଗୁଡା ବିମାନ ବନ୍ଦରର ନାମ. ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ରୀୟ ମନ୍ତ୍ରୀମଣ୍ଡଳ ବୈଠକରେ ଏହି ନିଷ୍ପତି ନିଆଯାଇଛି. ଝାରସୁଗୁଡା ବିମାନ ବନ୍ଦର ବଦଳରେ ଏହାର ନାମ ହେଲା ‘ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦର’. ଆଜିଠୁ ଲୋକମାନେ ଝାରସୁଗୁଡା ବିମାନ ବନ୍ଦରକୁ ‘ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦର’ ନାମରେ ଜାଣିବେ. ଗତ ସେପ୍ଟେମ୍ବର ୨୨ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଝାରସୁଗୁଡ଼ା ବିମାନ ବନ୍ଦରର ଉଦଘାଟନ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଝାରସୁଗୁଡ଼ା ବିମାନ ବନ୍ଦରରକୁ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ନାମରେ ନାମିତ କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ । ପ୍ରଧାନମନ୍ତ୍ରୀ ମଧ୍ୟ ଉଦଘାଟନୀ ଅବସରରେ ଘୋଷଣା କରିଥିଲେ । କିନ୍ତୁ ଉଦଘାଟନକୁ ଏକ ମାସ ପୁରି ଯାଇଥିଲେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନ ଥିଲା । ସେଥିପାଇଁ ଅକ୍ଟୋବର ୩୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀଙ୍କୁ ଏକ ଚିଠି ଲେଖିଥିଲେ । ତେବେ ଏହି ବିମାନ ବନ୍ଦରକୁ ବୀର ସୁରେନ୍ଦ୍ର ସାଏଙ୍କ ନାମରେ ନାମିତ କରାଯାଇଛି । ଯାହାକୁ ଆଜିର ବୈଠକରେ ମଞ୍ଜୁରୀ ମିଳିଛି. କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଟ୍ୱିଟ୍ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି.

LEAVE A REPLY

Please enter your comment!
Please enter your name here