୨ ଦିନିଆ ଓଡିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ରାମନାଥ କୋବିନ୍ଦ ଖୋର୍ଦ୍ଧା ଜିଲ୍ଲା ବରୁଣେଇରେ ପହଂଚି ପାଇକ ବିଦ୍ରୋହ ସ୍ମାରକୀର ଶିଳାନ୍ୟାସ କରିଛନ୍ତି | ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଧର୍ମପତ୍ନୀ ସବିତା କୋବିନ୍ଦ, ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ଆନ୍ଧ୍ର ପ୍ରଦେଶର ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ, ରାଜ୍ୟ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଅଛନ୍ତି |

ସୂଚନାଯୋଗ୍ୟ, ଶନିବାର ସନ୍ଧ୍ୟା ୭.୧୫ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଭୁବନେଶ୍ୱରରେ ପହଁଚିବା ପରେ ଆଜି ଖୋର୍ଦ୍ଧା ଜିଲ୍ଲା ବରୁଣେଇରେ ପହଁଚି ପାଇକ ବିଦ୍ରୋହ ସ୍ମାରକୀର ଶିଳାନ୍ୟାସ କରି ସେଠାରୁ ସିଧା ବାଣୀବିହାର ଆସି ଉତ୍କଳ ବିଶ୍ବବିଦ୍ୟାଳୟ ପ୍ଲାଟିନମ ଜୁବୁଲିର ଉଦ୍ୟାପନୀ ଉତ୍ସବରେ ଯୋଗ ଦେବେ | ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଜଭବନକୁ ଫେରି କିଛି ସମୟ ବିଶ୍ରାମ ନେବା ପରେ ସଂଧ୍ୟା ପ୍ରାୟ ୫ଟା ୨୦ରେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି |

LEAVE A REPLY

Please enter your comment!
Please enter your name here