ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମୁକାବିଲାରେ ବାଜି ମାରିଲା ଟିମ୍ ଇଣ୍ଡିଆ । ନ୍ୟୁଜିଲାଣ୍ଡକୁ ୬୫ ରନରେ ମାତ୍ ଦେଇ ବିଜୟୀ ହୋଇଛି ଟିମ୍ ଇଣ୍ଡିଆ । ନ୍ୟୁଜିଲାଣ୍ଡ ମାତ୍ର ୧୨୬ ରନରେ ଅଲଆଉଟ ହୋଇଛି । ଦୀପକ ହୁଡା ସର୍ବାଧିକ ୪ଟି ୱିକେଟ ନେଇଥିବା ବେଳେ ନ୍ୟୁଜିଲାଣ୍ଡ ପକ୍ଷରୁ ଅଧିନାୟକ କେନ୍ ୱିଲିୟମସନ ସର୍ବାଧିକ ୬୧ ରନର ଇନିଂସ ଖେଳିଥିଲେ । ଏହି ମ୍ୟାଚରେ ବିଜୟୀ ହେବା ସହ ସିରିଜରେ ୧-୦ରେ ଆଗୁଆ ଅଛି ଟିମ୍ ଇଣ୍ଡିଆ ।ଏହାପୂର୍ବରୁ ଟସ୍ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୧୯୧ ରନ କରିଥିଲା । ସୂର୍ଯ୍ୟକୁମାରଙ୍କ ବିସ୍ଫୋରକ ଶତକ ବଳରେ ୧୯୧ ରନ ସ୍କୋର କରିଥିଲା ଭାରତ । ଟି-୨୦ ଫର୍ମାଟରେ ଏହା ସୂର୍ଯ୍ୟକୁମାର ଯାଦବଙ୍କ ଦ୍ୱିତୀୟ ଶତକ । ମାତ୍ର ୫୧ ବଲରୁ ୧୧୧ ରନର ଇନିଂସ ଖେଳିଛନ୍ତି ସୂର୍ଯ୍ୟକୁମାର । ଯେଉଁଥିରେ ୧୧ଟି ଚୌକା ଓ ୭ଟି ଛକା ରହିଛି ।